23/07/2020
*🌹🌷💐ଆଜିର ରାଶିଫଳ🌹🌷💐*
~~~~~~~~~~~~~~~~~~~~~
*ଅଦ୍ୟ ଜୁଲାଇ ୨୪ ତାରିଖ ୨୦୨୦ମସିହା(ଶୁକ୍ରବାର)*
*ଶକାବ୍ଦ -୧୯୪୨* *ସମ୍ବତ -୨୦୭୭*
*ସାଲ-୧୪୨୭*
**********************************
*ସୁର୍ୟୋଦୟ -ପ୍ରାତଃ ଘ୦୫/୨୪/୦୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୨/୫୬*
-----------------------------------
*ବୃଷ ରାଶିର ଘାତଚନ୍ଦ୍ର*
*ବିଛା,ଧନୁ ଓ ମୀନ ରାଶି ର ଘାତବାର* *ଅଦ୍ୟ ଚତୃଥୀ ର ଏକୋଦିଷ୍ଠ ଓ ପାର୍ବଣ ଶ୍ରାଦ୍ଧ ଓ ପଞ୍ଚମୀ ର ପାର୍ବଣ ଶ୍ରାଦ୍ଧ*
--------------------------------
*କାଳବେଳା ଓ ବାବେଳା - ଦିବା ଘ୦୮/୩୫ ଗତେ ଘ୧୧/୫୭ ମଧ୍ୟେ*
**********************************
*ଅମୃତବେଳା-ଦିବା ଘ୦୭/୦୦ ମଧ୍ୟେ ଓ ଘ୦୪/୪୫ଗତେ ଘ୦୬/୨୦ମଧ୍ୟେ*
*ମାହେନ୍ଦ୍ରବେଳା- ଦିବା ଘ୦୭/୦୫ ଗତେଘ୦୮/୩୩ ମଧ୍ୟେ ଓ ଘ୧୨/୦୫ଗତେ ଘ୦୧/୩୪ ମଧ୍ୟେ*
***********************************
*🌹ମେଷ🌹👉-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।*
*🌹ବୃଷ🌹👉-ଆଜି ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ଆର୍ଥିକ ସମସ୍ୟାର ସମାଧାନ କରିବା ସମ୍ଭାବନା ରହିଛି । ବ୍ୟବସାୟ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି ।*
*🌹ମିଥୁନ🌹👉-ଆଜି ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟି ହେବ। ନିଜ ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ମନଲୋଭା କଥା କହି ପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍ବେଗର କାରଣ ହେବ। କର୍ମକ୍ଷେତ୍ରରେ ବ୍ୟସ୍ତବହୁଳତା ଲାଗି ରହିପାରେ।*
*🌹କର୍କଟ🌹👉-ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ ଅବଶ୍ୟ ଆତ୍ମୀୟସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।*
*🌹ସିଂହ🌹👉-ଆଜି ବାଣିଜ୍ୟ, ବ୍ୟବସାୟ, ଚେଷ୍ଟା କରୁଥିବା କାମରେ ଶୁଭଫଳ ପାଇବେ । କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାକୁ ସମୟ ପାଇବେ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।*
*🌹କନ୍ୟା🌹👉-ଆଜି ଶିକ୍ଷା, ସମ୍ପର୍କ ଓ ଆଲୋଚନା କ୍ଷେତ୍ରରେ କେତେକ ବ୍ୟତିକ୍ରମର ସୂଚନା ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କଳା,ସାହିତ୍ୟ, ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟାତ୍ମିକତା କ୍ଷେତ୍ରରେ ବେଶ୍ ଆଦୃତ ହେବେ।*
*🌹ତୁଳା🌹👉-ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ । କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ। କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି।*
*🌹ବିଛା🌹👉-ଆଜି ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।*
*🌹ଧନୁ🌹👉-ଆଜି ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।*
*🌹ମକର🌹👉-ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ । କର୍ମକ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ଏବଂ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।*
*🌹କୁମ୍ଭ🌹👉-ଆଜି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭାସମିତି, ସତ୍ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ।*
*🌹ମୀନ🌹👉-ବୁଧଙ୍କ ସ୍ଥାନ ପ୍ରଭାବରେ ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।*